Odisha news

ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ୪୯ ଦିନିକିଆ ଶତକର ସମକକ୍ଷ ହେଲେ ବିରାଟ

0

ନିଜର ଜନ୍ମଦିନରେ ଭାରତର କୋଟି କୋଟି କ୍ରିକେଟପ୍ରେମୀଙ୍କ ଏକ ସ୍ମରଣୀୟ ଶତକ ଉପହାର ଦେଇଛନ୍ତି ବିରାଟ କୋହଲି । ଏହା ସହିତ ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ୪୯ ଦିନିକିଆ ଶତକର ସମକକ୍ଷ ହୋଇଛନ୍ତି ବିରାଟ । ବିରାଟଙ୍କ ଏହି ଶତକ ବଳରେ କୋଲକାତାର ଐତିହାସିକ ଇଡେନ ଗାଡେନ୍ସରେ ଖେଳାଯାଉଥିବା ଆଇସିସି ବିଶ୍ବକପର ଏକ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଆଗରେ ୩୨୭ ରନର ବିଜୟ ଲକ୍ଷ୍ୟ ରଖିଛି ଭାରତ ।ଏହି ମ୍ୟାଚରେ ଭାରତ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । ରୋହିତ ଶର୍ମା ୪୦ ରନ ଓ ଶୁଭମନ ଗିଲ୍ ୨୩ ରନ କରି ଆଉଟ ହେବା ପରେ ବିରାଟ କୋହଲି ଓ ଶ୍ରେୟସ ଆୟରଙ୍କ ମଧ୍ୟରେ ଏକ ଭଲ ପାର୍ଟନରସିପ୍ ଭାରତର ସ୍କୋରକୁ ଦ୍ରୁତ ଗତିରେ ଆଗେଇ ନେବାରେ ସହାୟକ ହୋଇଥିଲା। ଶ୍ରେୟସ ଆୟର ୭୭ ରନରେ ଆଉଟ ହେବା ପରେ କେଏଲ ରାହୁଲ ମାତ୍ର ୮ ରନରେ ଆଉଟ ହୋଇଥିଲେ । ତେବେ ବିରାଟ କୋହଲି ସୂର୍ଯ୍ୟକୁମାର ଯାଦବ ଓ ରବୀନ୍ଦ୍ର ଜାଦେଜାଙ୍କ ସହ ଉପଯୋଗୀ ପାର୍ଟନରସିପ କରି ଦଳୀୟ ସ୍କୋରକୁ ୫୦ ଓଭରରେ ୩୨୬ ରନରେ ପହଞ୍ଚାଇଥିଲେ ।

 

Nalco

Leave A Reply