Odisha news

5T ଅଧ୍ୟକ୍ଷଙ୍କ କଟକ ଗସ୍ତ : ଚଣ୍ଡୀ ମନ୍ଦିର, ଶ୍ରୀରାମଚନ୍ଦ୍ର ଭଂଜ ମେଡିକାଲ କଲେଜ, ତାଳଦଣ୍ଡା କେନାଲ ଓ ରେଭେନ୍‌ସା ବାଳିକା ବିଦ୍ୟାଳୟ ପରିଦର୍ଶନ

0
21.12.23 : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ଆଜି ସଂଧ୍ୟାରେ କଟକ ଗସ୍ତରେ ଯାଇ ବିଭିନ୍ନ ରୂପାନ୍ତର କାମର ସମୀକ୍ଷା କରିଛନ୍ତି । ଶ୍ରୀରାମଚନ୍ଦ୍ର ଭଂଜ ମେଡିକାଲ କଲେଜ,  ଚଣ୍ଡୀ ମନ୍ଦିର, ତାଳଦଣ୍ଡା କେନାଲ ଓ ରେଭେନ୍‌ସା ବାଳିକା ବିଦ୍ୟାଳୟ ଆଦି  ପରିଦର୍ଶନ କରି  ଥିଲେ l କଟକ ଚଣ୍ଡୀ ମନ୍ଦିର ପରିଦର୍ଶନ କରି ସେ ମା’ଙ୍କ ଦର୍ଶନ କରିବା ସହିତ ମନ୍ଦିରର ବିଭିନ୍ନ ରୂପାନ୍ତର କାମ ସଂପର୍କରେ ପୂଜକ, ଜିଲ୍ଲାପ୍ରଶାସନ   ସହିତ ଆଲୋଚନା କରିଛନ୍ତି। ସୂଚନାଯୋଗ୍ୟ ଯେ 5T ଉପକ୍ରମରେ ମା’ଙ୍କ ମନ୍ଦିରର ରୂପାନ୍ତର ଓ ସୌନ୍ଦର୍ଯ୍ୟକରଣ କାମ ଚାଲିଛି।  ମନ୍ଦିରର ସୌନ୍ଦର୍ଯ୍ୟକରଣ ସହିତ ଜଳ ନିଷ୍କାସନ, ପାର୍କିଂ ଓ ଅନ୍ୟାନ୍ୟ କାର୍ଯ୍ୟକୁ ଅନୁଧ୍ୟାନ କରି ଶ୍ରୀ ପାଣ୍ଡିଆନ ଏହାକୁ  ଶୀଘ୍ର ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଯାତ୍ରୀମାନେ ଯେପରି ସୁବିଧାରେ ଓ ଶୃଙ୍ଖଳିତ ଭାବରେ ମା’ଙ୍କ ଦର୍ଶନ କରିପାରିବେ ଏବଂ ଏକ ଦିବ୍ୟ ଅନୁଭବ ଲାଭ କରିବେ, ସେଥିପ୍ରତି ଧ୍ୟାନ ଦେବାକୁ ସେ ପରାମର୍ଶ ଦେଇଥିଲେ। 5T ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ ଶ୍ରୀରାମଚନ୍ଦ୍ର ଭଂଜ ମେଡିକାଲ କଲେଜ ଓ ହସ୍‌ପିଟାଲ ପରିଦର୍ଶନ କରି ଏହାର ରୂପାନ୍ତର କାମର ଅଗ୍ରଗତି ସଂପର୍କରେ ସମୀକ୍ଷା କରିଥିଲେ । ୪ଟି କ୍ଲିନିକାଲ ବ୍ଲକ୍‌ ଓ ୧୩ଟି ଆବାସିକ ବ୍ଲକ୍‌ର ନିର୍ମାଣ କାର୍ଯ୍ୟ ଯଥା ଶୀଘ୍ର ସଂପୂର୍ଣ୍ଣ ଭାବେ ଶେଷ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ ।  ଶ୍ରୀ ପାଣ୍ଡିଆନ ଏହାପରେ ରେଭେନ୍‌ସା ବାଳିକା ବିଦ୍ୟାଳୟ ବୁଲି  ଦେଖିଥିଲେ, ସେଠାରେ ବିଦ୍ୟାଳୟର ଶିକ୍ଷୟିତ୍ରୀ ମାନଙ୍କ ସହ ଆଲୋଚନା କରିଥିଲେ ଓ heritage  buildingକୁ restore କରିବା ପାଇଁ ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ  l  5T ଉପକ୍ରମ ରେ  ସ୍କୁଲ ର  ବିକାଶ  କରାଯିବ ବୋଲି  ଶ୍ରୀ  ପାଣ୍ଡିଆନ୍  ପ୍ରକାଶ କରି ଥିଲେ. l 5T  ଅଧ୍ୟକ୍ଷତଙ୍କ ଗସ୍ତ ସମୟରେ ପୂର୍ତ୍ତ  ବିଭାଗ  ପ୍ରମୂଖ ସଚିବ, ଜିଲ୍ଲାପାଳ, ସିଏମସି କମିଶନର, ଡିସିପି, obcc ର ପରିଚାଳନା ନିର୍ଦ୍ଦେଶକ ଓ ପୂର୍ତ୍ତ ବିଭାଗର ବରିଷ୍ଠ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ।
Nalco

Leave A Reply