Odisha news

ରାଣୀ ଭି. ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ଗଭୀର ଶୋକ ପ୍ରକାଶ କରିଛନ୍ତି

0

ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା କହିଛନ୍ତି ବିଶିଷ୍ଟ ରାଜନୀତିଜ୍ଞ, ପୂର୍ବତନ ବିଧାୟିକା ତଥା ଖଲ୍ଲିକୋଟର ରାଣୀ ଭି. ସୁଜ୍ଞାନ କୁମାରୀ ଦେଓଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ଦୀର୍ଘ ସମୟ ଧରି ବିଧାୟିକା ଭାବେ ଓଡ଼ିଶାର ଜନମାନସରେ ସେ ସୁପରିଚିତ ଥିଲେ। ତାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ପଷ୍ଟବାଦୀ ରାଜନେତ୍ରୀଙ୍କୁ ହରାଇଲା। ରାଜ୍ୟ ରାଜନୀତି ଜଗତରେ ଜନପ୍ରତିନିଧି ଭାବେ ତାଙ୍କର ଲୋକସେବା କାର୍ଯ୍ୟ ଗୁଡ଼ିକ ଚିର ସ୍ମରଣୀୟ ହୋଇ ରହିବ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି।

ସୂଚନା ଯୋଗ୍ୟ ଖଲ୍ଲିକୋଟ ରାଣୀ ତଥା କବିସୂର୍ଯ୍ୟନଗର ଓ ଖଲ୍ଲିକୋଟର ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ୮୭ ବର୍ଷ ବୟସରେ ପରଲୋକ ହୋଇଯାଇଛି। ତାମିଲନାଡୁର ଚେନ୍ନାଇସ୍ଥିତ ଆପୋଲୋ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଛି।
ସୂଚନାଯୋଗ୍ୟ, ବରିଷ୍ଠ ନେତ୍ରୀ ଭି. ସୁଜ୍ଞାନ କୁମାରୀ ଦେଓ ୧୦ ଥର ବିଧାୟିକା ଭାବେ ଖଲ୍ଲିକୋଟ ଓ କବିସୂର୍ଯ୍ୟନଗର ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରତିନିଧିତ୍ୱ କରିଛନ୍ତି। ସେ ୧୯୬୧ ମସିହାରୁ ରାଜନୈତିକ କ୍ୟାରିୟର ଆରମ୍ଭ କରିଥିଲେ। ୧୯୭୪ ରୁ ୨୦୧୪ ଯାଏଁ ଗଂଜାମ ଜିଲ୍ଲାର ଖଲ୍ଲିକୋଟ ଓ କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀରୁ ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ।

 

 

Nalco

Leave A Reply