Odisha news

ବରିଷ୍ଠ ନେତା ଶାକ୍ୟସିଂହ ମିଶ୍ରଙ୍କ ପରଲୋକରେ ରାଜ୍ୟ ବିଜେପିର ଶୋକ

0

ଭୁବନେଶ୍ୱର,ତା.୨୨/୦୪: ବରିଷ୍ଠ ନେତା ତଥା ପୂର୍ବତନ ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ଶାକ୍ୟସିଂହ ମିଶ୍ରଙ୍କ କଟକସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି । ସେ ଦୀର୍ଘଦିନ ହେବ ନିମୋନିଆ ରୋଗରେ ପୀଡ଼ିତ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୭୨ବର୍ଷ ବୟସ ହୋଇଥିଲା । ସେ ଜଣେ ସ୍ନେହୀ, ପରୋପକାରୀ ଓ ଦରଦୀ ମଣିଷ ଥିଲେ । ଜଣେ ଦୃଢ଼ ସଂଗଠକ ଭାବେ ଦଳକୁ ସୃଦୃଢ଼ କରିବାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା । ତାଙ୍କ ବିୟୋଗରେ ଦଳରେ ଏକ ବଡ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି ବୋଲି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ କହିବା ସହ ଶୋକବ୍ୟକ୍ତ କରିଛନ୍ତି ।
ସ୍ୱର୍ଗତଃ ମିଶ୍ରଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଏଭଳି ଦୁଃଖଦ ସମୟରେ ଶୋକସନ୍ତପ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧୈର୍ଯ୍ୟ ପ୍ରଦାନ କରିବା ପାଇଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ପ୍ରାର୍ଥନା କରିଛନ୍ତି ।

Leave A Reply