ମହାମହିମ ରାଜ୍ୟପାଳଙ୍କୁ ବିଜେପି ପକ୍ଷରୁ ସୌଜନ୍ୟମୂଳକ ସାକ୍ଷାତ କରି ବ୍ରହ୍ମପୁର ମହାନଗର ଦୁର୍ନୀତି ଓ ଭ୍ରଷ୍ଟାଚାରର ସମ୍ପର୍କରେ ଅବଗତ
ବ୍ରହ୍ମପୁର : ଭାରତୀୟ ଜନତା ପାର୍ଟି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କାହ୍ନୁ ଚରଣ ପତି ଗଞ୍ଜାମ ଜିଲ୍ଲା ଗସ୍ତରେ ଆସିଥିବା ଓଡ଼ିଶା ପ୍ରଦେଶର ମହାମହିମ ରାଜ୍ୟପାଳ ଶ୍ରୀ ରଘୁବର ଦାସଜୀ ଙ୍କୁ ଛତ୍ରପୁର ସାର୍କିଟ ହାଉସ ଠାରେ ସୌଜନ୍ୟମୂଳକ ଭାବେ ସାକ୍ଷାତ କରି ପୁଷ୍ପଗୁଚ୍ଛ ସହ ଉପଢ଼ୌକନ ଦେଇ ସ୍ୱାଗତ କରିଥିଲେ । ଏହା ସହ ଶ୍ରୀ ପତି ବ୍ରହ୍ମପୁର ମହାନଗର ନିଗମରେ ହେଉଥିବା ବ୍ୟାପକ ଦୁର୍ନୀତି ଓ ଭ୍ରଷ୍ଟାଚାର ବିଷୟରେ ମହାମହିମ ରାଜ୍ୟପାଳଙ୍କୁ ଅବଗତ କରାଇଲେ । ଏହି ଅବସରରେ ଗଞ୍ଜାମ ଜିଲ୍ଲା ସଭାପତି ଡ଼ା.ସୁବାସ ସାହୁ,ଜିଲ୍ଲା ଉପସଭାପତି ସୁନିଲ କୁମାର ସାହୁ,ଜିଲ୍ଲା ସାଧାରଣ ସମ୍ପାଦକ ପ୍ରଭାତ କିରଣ ଷଡ଼ଙ୍ଗୀ,ରାଜ୍ୟ ଯୁବମୋର୍ଚ୍ଚା ସମ୍ପାଦକ ତୁତୁନ୍ ପାତ୍ର,ଜିଲ୍ଲା ଓବିସି ମୋର୍ଚ୍ଚା ସଭାପତି ମଦନ ମୋହନ ପାତ୍ର,କୁଞ୍ଜବିହାରୀ ପଣ୍ଡା,କମଲ ପାତ୍ର,ମାଲି ସାହୁଙ୍କ ସମେତ ବହୁ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ ।