ଓଡ଼ିଶାର ୧୮ଟି ଲୋକସଭା ସଂସଦୀୟ କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି
ସମ୍ବଲପୁରରୁ ଧର୍ମେନ୍ଦ୍ର, ବ୍ରହ୍ମପୁରରୁ ଲଢ଼ିବେ ପ୍ରଦୀପ ଭୁବନେଶ୍ବରରୁ ପୁଣି ଲଢ଼ିବେ ଅପରାଜିତା ଷଡ଼ଙ୍ଗୀ
ନୂଆଦିଲ୍ଲୀ/ଭୁବନେଶ୍ବର: ଆଗାମୀ ସାଧାରଣ ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ରବିବାର ପଞ୍ଚମ ପର୍ଯ୍ୟାୟରେ ନିଜର ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏଥିରେ ଓଡ଼ିଶାର ୧୮ଟି ଲୋକସଭା ସଂସଦୀୟ କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି। ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ଏହି ଘୋଷଣା କରିଛି। ଏହି କ୍ରମରେ ବିଜେପି ସମ୍ବଲପୁର ପାଇଁ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ପାଇଁ ଅପରାଜିତା ଷଡ଼ଙ୍ଗୀ ଓ ବ୍ରହ୍ମପୁର ପାଇଁ ପ୍ରଦୀପ ପାଣିଗ୍ରାହୀଙ୍କୁ ଟିକେଟ୍ ଦେଇଛି।