ମାଲକାନଗିରିରେ ମୁଖ୍ୟମନ୍ତ୍ରୀ ଲକ୍ଷ୍ମୀ ବସ୍ ଯୋଜନା ଶୁଭାରମ୍ଭ କଲେ
୧୦ ଟଙ୍କା ଦେଇ ପ୍ରଥମ ଟିକେଟ୍ କିଣିଲେ, ବସ୍ରେ ବସି ମାଲକାନଗିରିରୁ ଏମ୍.ଭି-୩ ଗଲେ ମୁଖ୍ୟମନ୍ତ୍ରୀ
ମାଲକାନଗିରି/ଭୁବନେଶ୍ବର: ମାଲକାନଗିରି ମୋର ଅତି ପ୍ରିୟ। ମାଲକାନଗିରି ହିଁ ଓଡିଶା ବିକାଶର ଲଞ୍ଚ ପ୍ୟାଡ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ମାଲକାନଗିରିରେ ମୁଖ୍ୟମନ୍ତ୍ରୀ ଲକ୍ଷ୍ମୀ ବସ୍ ଯୋଜନା ଶୁଭାରମ୍ଭ କରି ଏହା କହିଛନ୍ତି। ଏହି ଅବସରରେ ଯୋଜନାର ପ୍ରଥମ ବସ୍ରେ ୧୦ ଟଙ୍କା ଦେଇ ପ୍ରଥମ ଟିକେଟ୍ କିଣି ମାଲକାନଗିରିରୁ ଏମ୍.ଭି- ୦୩ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଯାତ୍ରା କରି ସେଠାରେ ବିକ୍ୟୁଏସ୍ର ଶୁଭାରମ୍ଭ କରିଥିଲେ। ପ୍ରାରମ୍ଭରେ ଉଚ୍ଛସିତ ଜନତାଙ୍କ ତାଳି, ସ୍ୱାଗତମ୍ ଧ୍ୱନି ଓ ମହିଳାମାନଙ୍କ ହୁଳହୁଳି ଧ୍ୱନି ମଧ୍ୟରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ “ମାଲକାନଗିରିରୁ ହିଁ ଏକ ଟଙ୍କିଆ ଚାଉଳ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ପରି ପ୍ରମୁଖ ଯୋଜନା ଆରମ୍ଭ କରିଥିଲି। ଆଜି ପୁଣି ଥରେ ଏକ ଗୁରୁତ୍ବପୂର୍ଣ୍ଣ ଯୋଜନା ‘ଲକ୍ଷ୍ମୀ ଯୋଜନା’ ଆରମ୍ଭ କରି ମୁଁ ବହୁତ ଖୁସି”।