ଭୁବନେଶ୍ବର: ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ପରଲୋକରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ଏକ୍ସ’ରେ ଲେଖିଛନ୍ତି, ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶା ରାଜନୀତିରେ ଏହା ଏକ ଅପୂରଣୀୟ କ୍ଷତି। ଲୋକଙ୍କ ସେବା ତଥା ଉନ୍ନତି ପାଇଁ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।
ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ଦେହାନ୍ତ ହୋଇଛି। ୮୧ ବର୍ଷ ବୟସରେ ଶୁକ୍ରବାର ସକାଳେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଛି। ଦାମୋଦରଙ୍କ ପୁଅ ତଥା ବିଧାୟକ ସମ୍ବିତ ରାଉତରାୟ ଏହି ସୂଚନା ଦେଇଛନ୍ତି।