Odisha news

ନଭେମ୍ବର ୧୮ ଏବଂ ୨୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

0

ଭୁବନେଶ୍ୱର : ଆସନ୍ତା ନଭେମ୍ବର ୧୮ ତାରିଖ ( ସୋମବାର ) ଏବଂ ନଭେମ୍ବର ୨୫ ତାରିଖ ( ସୋମବାର ) ରେ ଭୁବନେଶ୍ୱର, ୟୁନିଟ -୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ l ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ଦିଆଯାଇଛି l ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ବିଭାଗ ପକ୍ଷରୁ ଜଣାଯାଇଛି l

Leave A Reply