ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୭କୁ ବୃଦ୍ଧି : ଆସନ୍ତୁ ଜାଣିବା କେଉଁ ଜିଲ୍ଲାର କରୋନା ସଂକ୍ରମିତଙ୍କ ସଂଖ୍ୟା କେତେ
ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୭୯ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୭୧ ସଙ୍ଗରୋଧ କେନ୍ଦ୍ରର ଓ ୮ଜଣ ସ୍ଥାନୀୟ ବ୍ୟକ୍ତି ଥିବା ଜଣାଯାଇଛି।
ଆଜି ପ୍ରଥମ ଥର ପାଇଁ ସୁବର୍ଣ୍ଣପୁର ଜିଲ୍ଲାକୁ କରୋନା ଛୁଇଁଲା ପରେ କରୋନା ଆକ୍ରାନ୍ତ ଜିଲ୍ଲା ସଂଖ୍ୟା ୨୯କୁ ବୃଦ୍ଧି ପାଇଛି।ଏବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା କେତେ।
ଏହାଫଳରେ ଗଞ୍ଜାମ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୩୫୮, ବାଲେଶ୍ବରରେ ୧୦୨, ଯାଜପୁରରେ ୨୪୨ , କଟକରେ ୭୫, ସୁନ୍ଦରଗଡ଼ରେ ୩୭ , ପୁରୀରେ୮୫, କେନ୍ଦ୍ରାପଡ଼ାରେ ୬୧. ଅନୁଗୁଳରେ ୧୫,ଖୋର୍ଦ୍ଧାରେ ୮୬, ଦେବଗଡ଼ରେ ୨୪ , ଭଦ୍ରକରେ୧୦୬, ନୟାଗଡ଼ରେ ୪୮ ଓ ଜଗତସିଂହପୁରରେ ୪୧ରେ , ବଲାଙ୍ଗୀରରେ ୩୮, ବୌଦ୍ଧରେ ୩୩, ଅନୁଗୁଳରେ ୨୫, କେନ୍ଦୁଝରରେ ୨୦ ମାଲକାନଗିରିରେ ୧୯, ମୟୂରଭଞ୍ଜ ଓ କଳାହାଣ୍ଡିରେ ୧୫, କନ୍ଧମାଳରେ ୧୩, ଗଜପତିରେ ୧୦, କୋରାପୁଟରେ ୭, ଢେଙ୍କାନଳରେ ୭, ଝାରସୁଗୁଡ଼ାରେ ୬, ସମ୍ବଲପୁରରେ ୫ରେ ପହଞ୍ଚିଛି। ଅପରପକ୍ଷରେ ବରଗଡ଼, ନୂଆପଡ଼ା, ନବରଙ୍ଗପୁରର ଓ ସୁବର୍ଣ୍ଣପୁର ଜିଲ୍ଲାରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଏବେ ରାଜ୍ୟରେ ମୋଟ୍ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୮୬୧ ଥିବା ବେଳେ ୬୪୯ଜଣ ସୁସ୍ଥ ହୋଇଛନ୍ତି। ଅପରପକ୍ଷରେ ଏଯାବତ୍ ରାଜ୍ୟରେ ୭ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି।