Odisha news

“ସୁଭଦ୍ରା” ପ୍ରଥମ କିସ୍ତିର ତୃତୀୟ ପର୍ୟ୍ୟାୟ ହିତାଧିକାରୀଙ୍କୁ ଅର୍ଥ ପ୍ରଦାନ ସଂପର୍କିତ ସମୀକ୍ଷା ବୈଠକ

0
ଭୁବନେଶ୍ୱର(Suvendra Pattanaik) : ଆଗାମୀ ନଭେମ୍ବର ୨୪ ତାରିଖରେ “ସୁଭଦ୍ରା” ପ୍ରଥମ କିସ୍ତିର ତୃତୀୟ ପର୍ୟ୍ୟାୟ ହିତାଧିକାରୀଙ୍କୁ ଅର୍ଥ ମିଳିବ । ଏହି ପର୍ୟ୍ୟାୟରେ ପ୍ରାୟ ୨୦ ଲକ୍ଷ ହିତାଧିକାରୀଙ୍କୁ ଅର୍ଥ ପ୍ରେରଣ ପାଇଁ ବ୍ୟବସ୍ଥା କରାଯାଉଥିବା  ସଂପର୍କରେ ମାନ୍ୟବର ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ସୂଚନା ଦେଇଥିଲେ । ଏହି ପରିପ୍ରେକ୍ଷୀରେ ହିତାଧିକାରୀଙ୍କ  ଆକାଉଣ୍ଟକୁ କିପରି ଅର୍ଥ ଯିବ, ସେଥିପାଇଁ ପ୍ରସ୍ତୁତି ଓ ସୁବ୍ୟବସ୍ଥା ସଂପର୍କରେ ଏକ ସମୀକ୍ଷା ବୈଠକ ଆଜି ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା।ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ଉନ୍ନୟନ କମିଶନର ତଥା ଅତିରିକ୍ତମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁଗର୍ଗ, ମହିଳା ଓ ଶିଶୁବିକାଶ ବିଭାଗପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା ଯୋଗ ଦେଇଥିବା ବେଳେ ସମସ୍ତ ଜିଲ୍ଲାରୁ ଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ, ଉପ ଜିଲ୍ଲାପାଳ ଏବଂ  ବିଡିଓ ମାନେ ଆଭାସୀ ମାଧ୍ୟମରେ ଯୋଗ ଦେଇଥିଲେ।
ପଞ୍ଜୀ କରଣ କରିଥିବା ଅଥଚ ବ୍ୟାଙ୍କ ଏବଂ ଆଧାର ସଂଯୋଗୀ କରଣ ଜନିତ ସମସ୍ୟା ଯୋଗୁଁ ବାଦ ପଡିଥିବା ହିତାଧିକାରୀ ମାନଙ୍କର ସମସ୍ୟାକୁ ସମାଧାନ କରିବାକୁ ବୈଠକରେ ନିର୍ଦ୍ଦେଶ ଦିଆଯାଇଛି।ଏନ୍ସିପିଆଇ (ନ୍ୟାସନାଲ ପେମେଣ୍ଟ କର୍ପୋରେସନ ଅଫ୍ ଇଣ୍ଡିଆ)ଡିଜିଟାଲ ପେମେଣ୍ଟ ମାଧ୍ୟମରେ ଅର୍ଥ ପ୍ରେରଣ ବେଳେ ଯେଉଁମାନଙ୍କର ତୃଟି ଦେଖା ଦେଇଥିଲା, ତାହାକୁ ଅନୁଧ୍ୟାନ କରାଯିବ ।ଏଥିପାଇଁ ହିତାଧିକାରୀଙ୍କ ନିମନ୍ତେ ବ୍ଲକ ସ୍ତରରେ ବିଡିଓଙ୍କ ଅଧ୍ୟକ୍ଷତାରେ ବ୍ଲକସ୍ତରୀୟ ଯାଞ୍ଚ କମିଟି,  ପୌରାଂଚଳରେ କାର୍ୟ୍ୟ ନିର୍ବାହୀ ଅଧିକାରୀଙ୍କ ଅଧ୍ୟକ୍ଷତାରେ ଯାଞ୍ଚ କମିଟି ଏବଂ  ମହାନଗର ନିଗମରେ ମୁନିସିପାଲ କମିଶନରଙ୍କ ଅଧ୍ୟକ୍ଷତାରେ ଯାଞ୍ଚ କମିଟି ଦ୍ୱାରା ଆବେଦନ ଯାଞ୍ଜ ପରେ ଦରଖାସ୍ତ ଗୁଡ଼ିକୁ ଜିଲ୍ଲା ସ୍ତରରେ ଜିଲ୍ଲା ପାଳଙ୍କ ଅଧ୍ୟକ୍ଷତାରେ ଯାଂଚ ଓ ଅନୁମୋଦନ ପରେ ହିତାଧିକାରୀଙ୍କ ତାଲିକା ବିଭାଗକୁ ସରକାରଙ୍କ ଅନୁମୋଦନ ନିମନ୍ତେ ପଠାଯିବା ନେଇ ମାନକ ନିର୍ଦ୍ଧାରଣ ପଦ୍ଧତି (ଏସଓପି)ସ୍ଥିର କରା ଯାଇଛି। ହିତାଧିକାରୀଙ୍କୁ ସହାୟତା ପାଇଁ ସମସ୍ତ ଜିଲ୍ଲାରେ ସୁଭଦ୍ରା ହେଲ୍ପ ଡେସ୍କମାନ କାର୍ୟ୍ୟ କରୁଛି ।କ୍ଷେତ୍ର ସ୍ତରରେ  ଯାଂଚ ଟିମ୍ ମାନେ  ଆବେଦନ ଗୁଡିକୁ ଯାଂଚ କରିବେ ।
ଯାଂଚ ପ୍ରକ୍ରିୟା ଯେପରି ସ୍ୱଚ୍ଛ ଓ  ନିରପେକ୍ଷ ରହିବ ସେଥିପ୍ରତି ମୁଖ୍ୟ ଶାସନ ସଚିବ ଗୁରୁତ୍ୱ ଦେଇଛନ୍ତି ।ଯେପରି କୌଣସି ଜଣେ  ବି ଯୋଗ୍ୟ ହିତାଧିକାରୀ ଏହି ଯୋଜନାରେ ଅର୍ଥ ପାଇବାରୁ ବଂଚିତ ନ ହୁଅନ୍ତି, ସେଥିପାଇଁ ରାଜ୍ୟ ସରକାର ଗୁରୁତ୍ୱ ଦେଇଛନ୍ତି । ଅଦ୍ୟାବଧି୧କୋଟି୩ ଲକ୍ଷ୬୨ହଜାର୩୭୭ଟିସୁଭଦ୍ରା ଆବେଦନ ଗ୍ରହଣ କରାଯାଇଥିବା ବେଳେ ପ୍ରଥମ ଓ ୨ୟ ପର୍ୟ୍ୟାୟରେ ପ୍ରାୟ ୬୦ଲକ୍ଷ ହିତାଧିକାରୀଙ୍କୁ ୫ ହଜାର ଟଙ୍କା ଲେଖାଏଁ ପ୍ରଥମ କିସ୍ତି ସହାୟତା ରାଶି ପ୍ରଦାନ କରାଯାଇଛି ।

Leave A Reply